News portal website
before header
[URIS id=5393]

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା

0 142

ଆଜି ଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ଦୁଇ ନାମଲେଖା ହେବ ।www.samsodisha.gov.in ରେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଅଗଷ୍ଟ ୧୭ରେ ପ୍ରଥମ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ ଏବଂ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଅଗଷ୍ଟ ୧୯ରୁ ୨୫ ମଧ୍ୟରେ ହେବ ।

ସେହିପରି ସେପ୍ଟେମ୍ବର ୨ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେପ୍ଟେମ୍ବର ୫ରୁ ୭ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କର ନାମଲେଖା ହେବ । ସେପ୍ଟେମ୍ବର ୧୩ରେ ସ୍ପଟ୍‌ ସିଲେକ୍ସନ ତାଲିକା ପ୍ରକାଶ ପାଇବ । ୧୩ ଓ ୧୪ ତାରିଖରେ ଏହି ଛାତ୍ରଛାତ୍ରୀ ଚୟନ ହୋଇଥିବା ସ୍କୁଲରେ ନାମ ପଞ୍ଜୀକରଣ କରିବେ। ସେପ୍ଟେମ୍ବର ୧୫ ପୂର୍ବାହ୍ନ ୧୧ଟାରେ ସ୍କୁଲରେ ନାମ ପଞ୍ଜୀକରଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।

Leave A Reply

Your email address will not be published.