ବର୍ତ୍ତମାନ ସୁଦ୍ଧା କାଶୀପୁରରେ ମୋଟ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ପ୍ରଶାସନ। ଗତକାଲି ସୁଦ୍ଧା ବିଭିନ୍ନ ମେଡିକାଲରେ ୫୬ ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ୪୮ ଆକ୍ରାନ୍ତଙ୍କୁ ଘରେ ଚିକିତ୍ସା କରାଯିବା ସହ ସ୍ଥିତି ଅନୁଧ୍ୟାନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ହଇଜା ପ୍ରବଣ କାଶୀପୁର ଗସ୍ତ କରିବେ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। କାଶୀପୁର ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ସହ ଜନସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ।

