ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତ୍ତୀ ସପ୍ତାହେ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତେବେ ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାର ଅନେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିଭଳି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

