News portal website
before header
[URIS id=5393]

ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

0 278

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଇଲା ଦଳ। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ମୋକିମଙ୍କୁ ନୋଟିସ୍ ପଠାଇଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କଂଗ୍ରେସ ମିଡିଆ ସେଲ୍ ମୁଖ୍ୟ ସତ୍ୟ ନାୟକ। ତେବେ ଏଠାରେ ସୂଚନାଯୋଗ୍ୟ ଯେ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମୋକିମ୍। ଯେତେବେଳେ କି ତାଙ୍କ ଦଳ ବିରୋଧୀ ଦଳର ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କୁ ଭୋଟ୍ ଦେଇଥିଲେ। 

Notice
Leave A Reply

Your email address will not be published.