News portal website
before header
[URIS id=5393]

ଅବପାତର ରୂପ ନେଲା ଲଘୁଚାପ।

0 168

ଭୁବନେଶ୍ବର:  

ତା-୨୩-୧୧-୨୦୨୦

ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କଡ ଲୋ-ପ୍ରେସର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ା ବା ବାତ୍ୟାର ରୂପ ନେବ । ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ ଏବଂ ପଣ୍ଡିଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ନ ପକାଇଲେ ମଧ୍ୟ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ।

ସୂଚନା ଅନୁଯାୟୀ, ୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ପୁଡୁଚେରି ଓ ତାମିଲନାଡୁ ମଧ୍ୟ ଦେଇ ଏହି ସାମୁଦ୍ରିକ ଝଡ଼ ଅତିକ୍ରମ କରିବ । ତେବେ ଏହା ଓଡ଼ିଶା ମୁହାଁ ହେଉନି ବରଂ ତାମିଲନାଡ଼ୁ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହା ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।  ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  । ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.