News portal website
before header
[URIS id=5393]

ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ

0 152

ଭୁବନେଶ୍ୱର:

ତା-୨୩-୧୧-୨୦୨୦ 

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗତ କରିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି। କଂଗ୍ରେସ ବିଧାୟକ ନରସିଂହ ମିଶ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି । ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ନରସିଂହ ଦୁଃଖ ପ୍ରକାଶ କରିଛନ୍ତି ।

ସୁଶୀଳାଙ୍କୁ ସମ୍ମାନ ଜଣାଇ ଗୃହକୁ ମୁଲତବି ରଖିବାକୁ ନରସିଂହ ବାଚସ୍ପତିଙ୍କୁ ନିବେଦନ କରିଥିଲେ । ସିପିଆଇ ନେତା ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଗୃହରେ ଶୋକ ପ୍ରକାଶ କରିଥିଲେ । ୭୪ ବର୍ଷୀୟା ସୁଶୀଳା ଦେବୀଙ୍କ ପରଲୋକରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସୁଶୀଳାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଗୃହରେ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ସୁଶୀଳାଙ୍କୁ ସମ୍ମାନ ଦେଇ ପ୍ରଥମାର୍ଦ୍ଧରେ ଗୃହରେ କୌଣସି କାର୍ଯ୍ୟ କରାଯିବ ନାହିଁ ବୋଲି ବାଚସ୍ପତି ଘୋଷଣା କରିଛନ୍ତି । ଗୃହ କାର୍ଯ୍ୟ ଅପରାହ୍ଣ ୩ଟା ଯାଏଁ ମୁଲତବି ରଖାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.