News portal website
before header
[URIS id=5393]

ଆସୁଛି ଆଉ ଏକ ଲଘୁଚାପ

0 155

ଭୁବନେଶ୍ବର: 

ତା-୨୫-୧୧-୨୦୨୦

ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଏହି ଲଘୁଚାପ  ସୃଷ୍ଟି ହୋଇପାରେ। ଏପଟେ ସାମୁଦ୍ରିକ ଝଡ଼ ‘ନିଭାର୍’ ଆଜି କିମ୍ବା ଆସନ୍ତାକାଲି ସକାଳେ  ପୁଡୁଚେରୀର କରାଇକେଲ୍‌ ଓ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ସ୍ଥଳ ଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହା ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ବର୍ଷା ଜାରି ରହିଛି । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ତାମିଲନାଡ଼ୁ ଓ ପୁଡୁଚେରୀରେ ହାଇ ଆଲର୍ଟ ଜାରି କରାଯିବା ସହ ଆଜି ସରକାରୀ ଛୁଟି ଘୋଷଣା କରାଯାଇଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.