ଭୁବନେଶ୍ବର:

ତା-୨-୧୨-୨୦୨୦
ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଲିଙ୍ଗରାଜ ମନ୍ଦିର ଗ୍ରସ୍ତରେ ଯାଇ ଏହାର ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମନ୍ଦିରର ସେବାୟତ ମାନଙ୍କ ସହ ଓଡ଼ିଆରେ କଥା ହୋଇଛନ୍ତି। ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ସମୟରେ ଓଲ୍ଡଟାଉନର ବିକାଶ ହୋଇଥିବା ସେବାୟତମାନେ କହିଥିଲେ। ସେମାନେ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆଣିବାକୁ ଅନୁରୋଧ କରିଥିଲେ। ତେବେ ପୁରୀ ଶ୍ରୀମନ୍ଦିର ଆଇନ୍ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘଜୀବନ କାମନା କରି ଆର୍ଶୀବାଦ ଦେଇଥିଲେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia
